ଟାଙ୍ଗୀ ୪:୨୩ ହାତୀ ଆକ୍ରମଣ ରେ ଗଲା ଦୁଇ ଚାଷୀଙ୍କ ଜୀବନ।ବାତ୍ୟା ଆସୁଥିବାରୁ ଧାନକୁ ସୁରକ୍ଷା ଦେବା ପାଇଁ ଦୁଇ ଚାଷୀ ଯାଇଥିଲେ ଜମିକୁ।ଦୁଇ ମୃତ ଚାଷୀ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ରାମଚନ୍ଦ୍ର ପୁର ପଞ୍ଚାୟତ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା 70 ବର୍ଷ। ଓ ଅନ୍ୟ ଜଣେ ହେଲେ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ।65 ବର୍ଷ
ଗତ କାଲି ରାତିରେ ଟାଙ୍ଗୀ ବନାଞ୍ଚଳ ବରିକୋ ଗ୍ରାମ ନିକଟରେ 3 ଟି ଜଙ୍ଗଲୀ ହାତୀ ଆତଙ୍କ ଭିଆଇ ଥିଲେ.. ସ୍ଥାନୀୟ ଚାଷୀଙ୍କ ମନରେ ଖେଳି ଯାଇଥିଲା ଆତଙ୍କ। ଲୋକେ ଧାନ ଜମିକୁ ସୁରକ୍ଷା ଦେବା ପାଇଁ ଏକାଠି ହେଉଥିବା ବେଳେ ବରିକୋ ଗ୍ରାମର ଲକ୍ଷ୍ମୀଧର ବେହେରା ଓ ପାରି ଓରଡ଼ ଗ୍ରାମର କୃଷ୍ଣ ଚନ୍ଦ୍ର ପ୍ରଧାନ ସାଙ୍ଗ ହୋଇ ଯାଇଥିଲେ ଯାଇଥିଲେ ଚାଷ ଜମିକୁ ସୁରକ୍ଷା ଦେବାପାଇଁ।
ଚାଷ ଜମି ନିକଟରେ ଦୁହେଁ ବସିଥବା ବେଳେ ହାତୀ ପଲ ଆକ୍ରମଣ କରିଥିଲେ। ଫଳରେ ଚାଷ ଜମିରେ ଦୁହିଁ ଙ୍କର ମୃତୁ ହୋଇଥିଲା।କୃଷ୍ଣ ଚନ୍ଦ୍ର ଓ ଲକ୍ଷ୍ମୀଧର ଘରକୁ ଫେରିବା ରେ ବିଳମ୍ବ ହେବାରୁ ସ୍ଥାନୀୟ ଲୋକେ ତାଙ୍କୁ ଖୋଜା ଖୋଜି କରିଥିଲେ।ଆଜି ସକାଳୁ ସେମାନଙ୍କ ମୃତ ଦେହ ଚାଷ ଜମିରେ ଲୋକେ ଠାବ କରିଛନ୍ତି।ଚାଷ ଜମିରେ ଏବେ ବି ପଡି ରହିଛି। ଲୋକେ ବଣ ବିଭାଗର ଅବହେଳା କୁ ଦାୟୀ କରିଛନ୍ତି।ମୃତକଙ୍କ ପରିବାରକୁ କ୍ଷତି ପୂରଣ ଦାବି କରିଛନ୍ତି।ପୋଲିସ ସହ ବଣ ବିଭାଗ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ବ କରିଛି । ମୃତ ଦେହ ଏବେ ପଡ଼ି ରହିଛି ଚାଷ ଜମିରେ

